କାଳବୈଶାଖୀ ଯୋଗୁଁ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର : ରାଜ୍ୟରେ ଦିନବେଳା ଅସହ୍ୟ ଗୁଳୁଗୁଳି ଗରମ ସାଙ୍ଗକୁ ଅପରାହ୍ନରେ ଲାଗି ରହୁଛି କାଳବୈଶାଖୀ I ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ […]
ଭୁବନେଶ୍ୱର : ରାଜ୍ୟରେ ଦିନବେଳା ଅସହ୍ୟ ଗୁଳୁଗୁଳି ଗରମ ସାଙ୍ଗକୁ ଅପରାହ୍ନରେ ଲାଗି ରହୁଛି କାଳବୈଶାଖୀ I ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଏତତ୍ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ଗଂଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।




