କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ I ବିରାଟ ଶୋଭାଯାତ୍ରାରେ ଯାଇ ଟିଟିଲାଗଡ଼ ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ I ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବରୁ ସେ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ଦାଖଲ କରିସାରିଛନ୍ତି I ସୂଚନାନୁସାରେ,ଚଳିତ ନିର୍ବାଚନରେ ୨ଟି ଆସନରୁ ନିର୍ବାଚନ ଲଢୁଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଞ୍ଝି ଆସନରୁ ପ୍ରାର୍ଥୀ […]

Samaya Live Picture
Published On

ଭୁବନେଶ୍ୱର : ଆଜି କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ I ବିରାଟ ଶୋଭାଯାତ୍ରାରେ ଯାଇ ଟିଟିଲାଗଡ଼ ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ I ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବରୁ ସେ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ଦାଖଲ କରିସାରିଛନ୍ତି I

ସୂଚନାନୁସାରେ,ଚଳିତ ନିର୍ବାଚନରେ ୨ଟି ଆସନରୁ ନିର୍ବାଚନ ଲଢୁଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଞ୍ଝି ଆସନରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ । ୨୦୧୯ରେ ମଧ୍ୟ ୨ଟି ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ହିଞ୍ଜିଳି ସହିତ ବିଜେପୁର ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ଉଭୟ ଆସନରେ ବିଜୟ ହାସଲ କରିବା ପରେ ହିଞ୍ଜିଳି ଆସନ ରଖି ବିଜେପୁର ଆସନ ଛାଡିଥିଲେ ନବୀନ ।

Tags: