ରତ୍ନ ଭଣ୍ଡାର ତାଲିକା ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତ ପାଇଁ ଗଠନ ହେଲା କମିଟି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ ନେଇ ଘୋଷଣା କରିଛନ୍ତି I ଏହି କମିଟିରେ ୧୨ ଜଣ ସଦସ୍ୟ ରହିବେ I ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି […]

Samaya Live Picture
Published On

ଭୁବନେଶ୍ୱର : ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତ ପାଇଁ ଗଠନ ହେଲା କମିଟି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ ନେଇ ଘୋଷଣା କରିଛନ୍ତି I ଏହି କମିଟିରେ ୧୨ ଜଣ ସଦସ୍ୟ ରହିବେ I ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ ।

ଏହି କମିଟିରେ ଥିବା ୧୨ ଜଣ ସଦସ୍ୟମାନେ ହେଲେ-

୧- ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
୨- ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମଡି
୩- ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ
୪- ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି
୫- ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
୬- ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
୭- ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
୮-ଜଗନ୍ନାଥ କର , ସେବକ ପ୍ରତିନିଧି
୯-ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
୧୦- ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ.
୧୧-ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ – ଆବାହକ

Tags: