୩୫ ଲକ୍ଷ ଚାଷୀଙ୍କୁ ୪୪୧ କୋଟିର ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୩୫ ଲକ୍ଷ ଚାଷୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା ବିତରଣ କଲେ ମୁଖ୍ୟମନ୍ତ୍ରୀ । ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୪୧ କୋଟି ୭୬ ଲକ୍ଷ ଟଙ୍କାର ବିନା ସୁଧ ଋଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଏହା ପ୍ରଦାନ କରାଯାଇଛି I ସୁଧ ରିହାତି ପ୍ରଦାନ […]

Samaya Live Picture
Published On

ଭୁବନେଶ୍ୱର : ୩୫ ଲକ୍ଷ ଚାଷୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା ବିତରଣ କଲେ ମୁଖ୍ୟମନ୍ତ୍ରୀ । ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୪୧ କୋଟି ୭୬ ଲକ୍ଷ ଟଙ୍କାର ବିନା ସୁଧ ଋଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଏହା ପ୍ରଦାନ କରାଯାଇଛି I

ସୁଧ ରିହାତି ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ଚାଷୀମାନେ ଅର୍ଥନୀତିର ଆତ୍ମା ଓ ବିକାଶର ଧାରା। ଚାଷୀ, ଯୁବପିଢ଼ି ଓ ମା’ମାନେ ସଶକ୍ତ ଓଡ଼ିଶାର ସାଥୀ I ତେଣୁ ଚାଷୀ, ମା ଓ ଯୁବବର୍ଗଙ୍କ ସଶକ୍ତିକରଣ ଉପରେ ସବୁବେଳେ ଜୋର ଦେଇ ଆସିଛି। ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସ୍ୱତନ୍ତ୍ର ବଜେଟ ହୋଇଛି। ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶସ୍ୟ ଋଣ ଦିଆଯାଇଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି। ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ପ୍ରଥମ। ୨୦୨୨-୨୩ ପାଇଁ ୪୦୦ କୋଟିରୁ ଅଧିକ ଟଙ୍କାର ସୁଧ ରିହାତି ଆଜି ଦିଆଯାଇଛି। ଏହାଦ୍ୱାରା ୩୫ ଲକ୍ଷ ଚାଷୀ ଉପକୃତ ହେବେ। କାଳିଆ ଶିକ୍ଷା ବୃତ୍ତି ଚାଷୀମାନଙ୍କ ପିଲାମାନଙ୍କୁ ଦିଆଯାଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

Tags: