୪% ମହଙ୍ଗା ଭତ୍ତା ବୃଦ୍ଧି କରି ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର I ମଙ୍ଗଳବାର କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ସେହିପରି ସଂଶୋଧିତ ହାରରେ […]

Samaya Live Picture
Published On

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର I ମଙ୍ଗଳବାର କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।

ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଗତ ନୂଆ ବର୍ଷ ଅବସରରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି କରିଥିଲେ। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଥିଲା। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୭.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା।

Tags: