ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ ଏବଂ କର୍କଟ ରୋଗ ଚିକିତ୍ସା କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବରଗଡ: ନିର୍ବାଚନ ପୂର୍ବରୁ ବରଗଡ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ବହୁ ପ୍ରତୀକ୍ଷିତ ଗଙ୍ଗାଧର […]

Samaya Live Picture
Published On

ବରଗଡ: ନିର୍ବାଚନ ପୂର୍ବରୁ ବରଗଡ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦେଇଛନ୍ତି।

ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ ଓ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ରୋଗ ଚିକିତ୍ସା କେନ୍ଦ୍ର,ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସୁବିଧା ପାଇଁ ୨୨ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରିତ ନୃସିଂହନାଥ ପୀଠ ପ୍ରମୁଖ ରହିଛି। ସୋହେଲା-ନୂଆପଡା ବିଜୁ ଏକ୍ସପ୍ରେସ ୱେ, ୩୧୭ଟି ହାଇସ୍କୁଲ ରୂପାନ୍ତରିତ କାର୍ଯ୍ୟ ମଧ୍ୟ ସଂମ୍ପନ୍ନ ହୋଇଛି। ଏହି ଅବସରରେ ନବୀନ କହିଛନ୍ତି ରାଜ୍ୟରେ ଏବେ ରୂପାନ୍ତରଣ ପର୍ବ ଚାଲିଛି। ବିଏସକେୱାଇ ୪କୋଟି ଓଡ଼ିଶାବାସୀଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଓଡ଼ିଶା ପୁରା ଦେଶକୁ ଖାଦ୍ୟ ଯୋଗାଉଛି। ବରଗଡ ଜିଲାର ଚାଷୀ ଭାଇଙ୍କ ଅବଦାନ ଏଥିରେ ଯଥେଷ୍ଟ ଅଧିକ ରହିଛି। ସୋହେଲା, ବିଜେପୁର, ବିଜେପୁର,ଡୁଙ୍ଗୁରିପାଲି ବ୍ଲକର ଚାଷୀ ଭାଇଙ୍କ ପାଇଁ ଖୁସିର ଦିନ ଆସିଛି । ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଦ୍ୱାରା ଆଜି ଠାରୁ ଜମିକୁ ପାଣି ଯୋଗାଇବା ଆରମ୍ଭ ହେଲା । ଏହାଦ୍ୱାରା ୬୦ ହଜାର ଏକରରୁ ଅଧିକ ଜମି ଜଳସେଚିତ ହେବ ।

ଏଥି ସହିତ ୫୬ଟି କଲେଜକୁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର କାର୍ଯ୍ୟ, ୫ଟି ସ୍ୱାସ୍ଥ୍ୟ ଅନୁଷ୍ଠାନକୁ ‘ଆମ ହସ୍ପିଟାଲ’କୁ ରୂପାନ୍ତରଣ, ୧୮୫ଟି ବ୍ୟାଙ୍କ ନଥିବା ଗ୍ରାମପଞ୍ଚାୟତମାନଙ୍କୁ ‘ଆମ ବ୍ୟାଙ୍କ’ ସୁବିଧା,ଲକ୍ଷ୍ମୀ ଯୋଜନାରେ ୨୬୨ଟି ବସ୍ ଷ୍ଟପେଜ୍‌, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଅଧିନରେ ୪୩୧ଟି କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଓ ଧାର୍ମିକ ସ୍ଥଳୀର ଉନ୍ନତି କାର୍ଯ୍ୟ ଏବଂ ‘ଆମ ଓଡିଶା ନବୀନ ଓଡିଶା’ରେ ୧୨୬ କୋଟି ୫୦ ଲକ୍ଷ ଟଙ୍କା ବିନିମୟରେ ୩୧୩୫ଟି ପ୍ରକଳ୍ପ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି।

Tags: