ଆଜିଠାରୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀ ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୨୦୨୫ରେ ଭୁବନେଶ୍ବରରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଆୟୋଜନ ହେବାକୁ ଥିବାବେଳେ ଏଥିରେ ଯୋଗ ଦେବାକୁ ସେ ବିଶ୍ବର କେତେକ ବଡ଼ ଶିଳ୍ପପତିଙ୍କ ସହ ଆଲୋଚନା […]
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀ ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୨୦୨୫ରେ ଭୁବନେଶ୍ବରରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଆୟୋଜନ ହେବାକୁ ଥିବାବେଳେ ଏଥିରେ ଯୋଗ ଦେବାକୁ ସେ ବିଶ୍ବର କେତେକ ବଡ଼ ଶିଳ୍ପପତିଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି ।
ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ବିଦେଶ ଗସ୍ତ ସମୟରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଏବଂ କେତେକ ବରିଷ୍ଠ ଅଧିକାରୀ ଯିବେ ବୋଲି ଜଣାପଡ଼ିଛି ।




