ଆଜି ଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ସେଠାରେ ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଅଧା ପଡ଼ି ରହିଥିବା ବିଭିନ୍ନ ସରକାରୀ କାର୍ଯ୍ୟର ସମୀକ୍ଷା କରିବେ । ଏହା ସହ ସରକାରୀ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ମେ’ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ […]

Samaya Live Picture
Published On

ଭୁବନେଶ୍ୱର: ଆଜି ଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ସେଠାରେ ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଅଧା ପଡ଼ି ରହିଥିବା ବିଭିନ୍ନ ସରକାରୀ କାର୍ଯ୍ୟର ସମୀକ୍ଷା କରିବେ । ଏହା ସହ ସରକାରୀ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ମେ’ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇ ନାହିଁ । ତେବେ ମୁଖ୍ୟମନ୍ତ୍ରୀ ମେ’ ୯ ତାରିଖ ଅର୍ଥାତ ଆଜି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଆଜି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଥିଲା । ତେଣୁ ନବୀନ ନିଜ ଦିଲ୍ଲୀ ଗସ୍ତକୁ ଦିନକ ପାଇଁ ଘୁଞ୍ଚାଇ ଥିଲେ । ଆଜି ୧୦ ତାରିଖ ଦିନ ମୁଖ୍ୟମନ୍ତ୍ରୀ ବିଜୁପଟ୍ଟନାୟକ ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ମୁଖ୍ୟମନ୍ତ୍ରୀ ଯିବା ନେଇ ସେଠାରେ ମଧ୍ୟ ବନ୍ଦୋବସ୍ତ ରହିଛି । ସମସ୍ତ କାର୍ଯ୍ୟ ସାରି ସେ ୧୩ ତାରିଖ ଦିନ ଭୁବନେଶ୍ୱର ଫେରିବାର ସୂଚନା ମିଳିଛି ।

Tags: