ଆଜିଠାରୁ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଠାରୁ ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତରେ ଯିବେ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ । […]
ଭୁବନେଶ୍ୱର : ଆଜି ଠାରୁ ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତରେ ଯିବେ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ । ସେଠାରେ ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗ ନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ଜାପାନ୍ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ସଚିବ,ଶିଳ୍ପ ସଚିବ ଓ ଅନ୍ୟ କିଛି ଉଚ୍ଚ ପଦସ୍ଥ ଅଧିକାରୀ ଜାପାନ ଯିବେ ବୋଲି ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରହିଛନ୍ତି । ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ । ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇ ଥିବା ୱାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ । ଉଲ୍ଲେଖଥାଉ କି,ରୋମ,ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।




