ବାଣ ବିସ୍ଫୋରଣ ଆହତଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ଘଟଣାରେ ହସ୍ପିଟାଲ ଯାଇ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବାସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି I ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ଲୋକାରଣ୍ୟ ହୋଇ ପଡିଥିଲା ଦେବୀଘାଟ I ଏହି ସମୟରେ ସେଠାରେ […]
ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ଘଟଣାରେ ହସ୍ପିଟାଲ ଯାଇ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବାସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି I
ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ଲୋକାରଣ୍ୟ ହୋଇ ପଡିଥିଲା ଦେବୀଘାଟ I ଏହି ସମୟରେ ସେଠାରେ ଭୟଙ୍କର ବାଣ ବିସ୍ଫୋରଣ ଘଟିଥିଲା I ଏଥିରେ ୫୦ ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଥିଲେ I ସେମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା ଥିଲେ I କେତେକଙ୍କ ଶରୀରର ୭୦ ଭାଗ ପୋଡି ଯାଇଥିବାବେଳେ ଅନେକଙ୍କୁ ଚିହ୍ନା ପଡୁନଥିଲା I ସମସ୍ତ ଆହତଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ଓ କଟକ ବଡ଼ଡ଼ାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଥିଲା I ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ୨ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୨୮ଜଣଙ୍କୁ କଟକ ଓ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସା କରାଯାଉଛି।




