ସହରାଞ୍ଚଳର ରାସ୍ତା ମରାମତି ପାଇଁ ୫ ଶହ କୋଟି

ଭୁବନେଶ୍ୱର: ନଭେମ୍ବର ୨୦: ଆଜି ରାଜ୍ୟର ବିଭିନ୍ନ ସହରାଞ୍ଚଳରେ କ୍ଷତିଗ୍ରସ୍ତ ହୋଇ ପଡିଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥର ମରାମତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଶହ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ରାସ୍ତାଘାଟରେ ଯିବା ସମୟରେ ଆଉ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ । ଖାଲି ସେତିକି ନୁହେଁ ଏହି ସବୁର ଯଥାଶିଘ୍ର ଉନ୍ନତିକରଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷେ, ଏହି କାର୍ଯ୍ୟକୁ ତୁରନ୍ତ ଆରମ୍ଭ କରିବା […]

Samaya Live Picture
Published On

ଭୁବନେଶ୍ୱର: ନଭେମ୍ବର ୨୦: ଆଜି ରାଜ୍ୟର ବିଭିନ୍ନ ସହରାଞ୍ଚଳରେ କ୍ଷତିଗ୍ରସ୍ତ ହୋଇ ପଡିଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥର ମରାମତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଶହ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ରାସ୍ତାଘାଟରେ ଯିବା ସମୟରେ ଆଉ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ । ଖାଲି ସେତିକି ନୁହେଁ ଏହି ସବୁର ଯଥାଶିଘ୍ର ଉନ୍ନତିକରଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷେ, ଏହି କାର୍ଯ୍ୟକୁ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପୌର ନିର୍ବାଚନ ପୂର୍ବରୁ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ରାସ୍ତାଘାଟର ସ୍ଥିତି ଶୋଚନୀୟ ଥିବା ଦେଖିବାକୁ ମିଳୁଛି । ଯାହା ଫଳରେ ସହରବାସୀ ପ୍ରତ୍ୟେକ ଦିନ ବହୁ ଅସୁବିଧା ଭୋଗ କରୁଥିଲେ । ଏହାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି ।