୨୭ରେ ନୀତି ଆୟୋଗ ବୈଠକ, ନୂଆଦିଲ୍ଲୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ I ଏହି ବୈଠକରେ ଯୋଗଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ଏବଂ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ I ଦୀର୍ଘଦିନ ଧରି ଯେଉଁ ସବୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରମୁଖ ପ୍ରସଙ୍ଗ କେନ୍ଦ୍ରର ବିଚାର ପାଇଁ ରହିଛି […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ I ଏହି ବୈଠକରେ ଯୋଗଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ଏବଂ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ I ଦୀର୍ଘଦିନ ଧରି ଯେଉଁ ସବୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରମୁଖ ପ୍ରସଙ୍ଗ କେନ୍ଦ୍ରର ବିଚାର ପାଇଁ ରହିଛି ସେ ନେଇ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିବେ I

ସୂଚନାନୁସାରେ,ଜୁଲାଇ ୨୬ ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି I

Tags: