ଆଜି କେନ୍ଦ୍ରାପଡା ଏବଂ ଜଗତସିଂହପୁରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର ମୈଦାନ I ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ ନେତା I ସେହିପରି ଆଜି ଦଳୀୟ ନେତାଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ । ସେ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ସେ ପ୍ରଥମେ ସକାଳ […]
ଭୁବନେଶ୍ୱର : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର ମୈଦାନ I ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ ନେତା I ସେହିପରି ଆଜି ଦଳୀୟ ନେତାଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ । ସେ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।
ସେ ପ୍ରଥମେ ସକାଳ ୧୦.୪୫ରେ ସେ କେନ୍ଦ୍ରାପଡା ବାରୋ ପଡିଆରେ ପହଞ୍ଚିବେ। ସେଠାରେ ଜନସଭାରେ କେନ୍ଦ୍ରାପଡା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଧାନସଭା ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ପାଇଁ ପ୍ରଚାର ପରେ ପାରାଦୀପ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତର୍ଗ ରାହାମାରେ ପହଞ୍ଚିବେ । ଏହାପରେ ଜଗତସିଂହପୁର ଷ୍ଟାଡିୟମରେ ପହଞ୍ଚି ଏକ ସମାବେଶରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ନିବେଦନ କରିବାର କାର୍ଯ୍ୟକ୍ରମ ରହିଛି।
ସେହିପରି ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଭଦ୍ରକ ଗସ୍ତରେ ଯାଇ ଅପରାହ୍ନରେ ବାସୁଦେବପୁର, ତିହିଡିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ।




