୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶିଳ୍ପ ସମୃଦ୍ଧ ହେବ ଓଡିଶା I ରାଜ୍ୟରେ ଶିଳ୍ପାୟନ ପାଇଁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୧୮ ତାରିଖରୁ ମୁମ୍ବାଇ ଗସ୍ତରେ ଯାଇ ନିବେଶକଙ୍କୁ ଭେଟି ପୁଞ୍ଜି ନିବେଶ ସଂପର୍କରେ ଆଲୋଚନା କରିବେ । ସୂଚନାନୁସାରେ,ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା […]
ଭୁବନେଶ୍ୱର : ଶିଳ୍ପ ସମୃଦ୍ଧ ହେବ ଓଡିଶା I ରାଜ୍ୟରେ ଶିଳ୍ପାୟନ ପାଇଁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୧୮ ତାରିଖରୁ ମୁମ୍ବାଇ ଗସ୍ତରେ ଯାଇ ନିବେଶକଙ୍କୁ ଭେଟି ପୁଞ୍ଜି ନିବେଶ ସଂପର୍କରେ ଆଲୋଚନା କରିବେ ।
ସୂଚନାନୁସାରେ,ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ଯୋଗ ଦେବେ ।
ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଯାଇ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ବାଣିଜ୍ୟିକ କମିଶନର ଓ ପୁଞ୍ଜିପତିମାନଙ୍କ ସହ ଓଡ଼ିଶାରେ ନିବେଶ ନେଇ ଆଲୋଚନା କରିଥିଲେ । ଶିଳ୍ପାୟନକୁ ନୂଆ ଉଚ୍ଚତାକୁ ନେବାକୁ ରାଜ୍ୟ ନିଷ୍ପତ୍ତି ନେଇଛି । ମେକ୍ ଇନ ଓଡ଼ିଶା କନ୍କ୍ଲେଭ ୨୦୨୫ ପାଇଁ ସେ ନିବେଶକମାନଙ୍କୁ ନିମନ୍ତ୍ରଣ କରିଥିଲେ ।




