ପ୍ରତିଦିନ ୨ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ I ଦୈନିକ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକଙ୍କ ସରକାର ଥିବାବେଳେ ଏହି ଅଭିଯୋଗ ପ୍ରକୋଷ୍ଠ […]
ଭୁବନେଶ୍ୱର : ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ I ଦୈନିକ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ।
ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।
ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକଙ୍କ ସରକାର ଥିବାବେଳେ ଏହି ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା I ତେବେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।




