ଅଗଷ୍ଟ ୫ ରେ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ
ଭୁବନେଶ୍ୱର :ଅଗଷ୍ଟ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଅଭିଯୋଗର ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୁବନେଶ୍ୱରର ୟୁନିଟ୍-୫ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି କରିବେ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ […]
ଭୁବନେଶ୍ୱର :ଅଗଷ୍ଟ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଅଭିଯୋଗର ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୁବନେଶ୍ୱରର ୟୁନିଟ୍-୫ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି କରିବେ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ରଥଯାତ୍ରା ଓ ବିଧାନସଭା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା।




