ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର  : ଆଜି ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ଅବସରରେ ରାଜ୍ୟରେ ପୁଞ୍ଜି ନିବେଶ ନେଇ ବିଭିନ୍ନ ଶିଳ୍ପପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଏହି ଗସ୍ତ ଅବସରରେ ୟୁରୋପ, ଜାପାନ, ସାଉଥ କୋରିଆରୁ ଆସିଥିବା ଟିମ୍ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ସେମାନେ ଆଗ୍ରହ ପ୍ରକାଶ କରିଛନ୍ତି । ତେଣୁ ସେମାନଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାକୁ ସେମି କଣ୍ଟକ୍ଟର ହେବ କରିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । 

ସେହିପରି ନିକଟରେ ଦୁବାଇ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ବିଶିଷ୍ଠ ଉଦ୍ୟୋଗୀଙ୍କ ସହ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ରାଜ୍ୟ ବିପୁଳ ପୁଞ୍ଜି ଆସିବାର ସମ୍ଭାବନା ରହିଛି । ପ୍ରାୟ ୨ ଲକ୍ଷ କୋଟିରୁ ଅଧିକ ପୁଞ୍ଜିନବେଶ ହୋଇପାରେ । ଯାହାଦ୍ୱାର କି ରାଜ୍ୟରେ ନିଯୁକ୍ତି ସୃଷ୍ଟି ହେବ ।

Tags: