୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ […]
ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Tags:




