ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ପୁରୀ : ଜୁନ୍ ୨୪: ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନାର ପ୍ରକୋପ ହ ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ । ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ ଭକ୍ତମାନଙ୍କ ସୁରକ୍ଷା ଓ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି […]
ପୁରୀ : ଜୁନ୍ ୨୪: ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନାର ପ୍ରକୋପ ହ ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ । ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ ଭକ୍ତମାନଙ୍କ ସୁରକ୍ଷା ଓ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ରଥଯାତ୍ରା ସମ୍ପର୍କରେ ଏକ ସମୀକ୍ଷା ବୈଠକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା ।

ଉକ୍ତ ବୈଠକର ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ମହାପାତ୍ର ପ୍ରତ୍ୟେକ ବିଭାଗ ଉତ୍ତରଦାୟୀ ଓ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ବିଶେଷ କରି ରାସ୍ତା ଘାଟ ମରାମତି, ଡ୍ରେନ ସଫା ଓ ମରାମତି, ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ଓ ବିକଳ୍ପ ବିଦୁ୍ୟତ ବ୍ୟବସ୍ଥା ବିଷୟରେ ସମୀକ୍ଷା କରିଥିଲେ । ଏହାସହିତ ସୁନାବେଶରେ ଅତିରିକ୍ତ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା,ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ, ରଥଯାତ୍ରା ପାଇଁ ଆସୁଥିବା ଯାତ୍ରୀମାନଙ୍କ ନିମନ୍ତେ ଆଶ୍ରୟ ସ୍ଥଳ ବ୍ୟବସ୍ଥା, ରଥଯାତ୍ରା ପୂର୍ବରୁ ବଡ଼ଦାଣ୍ଡରୁ ସମସ୍ତ ଅବରୋଧ ଓ କ୍ୟାବିନ ଅପସାରଣ, ବର୍ଷା ହେଲେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା, ରାସ୍ତା ଅବରୋଧ କରି ଗାଡି ପାର୍କିଂ କରୁଥିଲେ ତୁରନ୍ତ ହଟେଇବା ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ । ସେହିପରି ପ୍ରତିଟି ରଥଟଣା ପରେ ତୁରନ୍ତ ବଡଦାଣ୍ଡରୁ ଚପଲ, ପାଣି ବୋତଲ ଇତ୍ୟାଦି ଅଳିଆକୁ ହଟେଇବା ସହ ରୌଦ୍ର ତାପରୁ ରକ୍ଷା ପାଇଁ ଜଳ ସିଞ୍ଚନ କରିବାକୁ ସେ ପରାମର୍ଶ ଦେଇଥିଲେ ।
ପ୍ରାରମ୍ଭରେ ଜିଲ୍ଲାପାଳ ସମର୍ଥ ବର୍ମା ପ୍ରଶାସନ ଗ୍ରହଣ କରିଥିବା ବିବିଧ ପଦକ୍ଷେପ ଓ ଆରକ୍ଷୀ ଅଧିକ୍ଷକ ଡଃ କନୱର ବିଶାଲ ସିଂ ଆଇନ ଶୃଙ୍ଖଳା ରକ୍ଷା ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଦିଲ୍ଲୀପ କୁମାର ମହାପାତ୍ର, କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଓ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଯୋଗ ଦେଇ ବିଭିନ୍ନ ସୂଚନା ପ୍ରଦାନ କରିଥିଲେ । ସମୀକ୍ଷା ପରେ ପରେ ମୁଖ୍ୟ ଶାସନ ସଚିବ ସେବାୟତମାନଙ୍କ ସହ ରଥଯାତ୍ରା କୁ ସୁଚାରୁ ରୂପେ ଓ ନିର୍ଦ୍ଧାରିତ ସମୟ ନିର୍ଘଣ୍ଟରେ ସମାପନ କରିବାକୁ ସହଯୋଗ କାମନା କରିଥିଲେ । ପରେ ଶ୍ରୀ ମହାପାତ୍ର ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପରିଦର୍ଶନ କରିବା ସହ କାର୍ଯ୍ୟ ଅଗ୍ରଗତିକୁ ଅନୁଧ୍ୟାନ କରିଥିଲେ ।




