ଚଳିତ ବିଧାନସଭା ହେବ ପେପର ଲେସ,ଟାଵରେ ପ୍ରଶ୍ନ ପଢିବେ ବିଧାୟକ

ଭୁବନେଶ୍ୱର : ବିଧାୟକମାନେ ବର୍ତ୍ତମାନ ସ୍ମାର୍ଟ ହେବେ। ବିଧାନସଭାରେ ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଲାଗିଲା ଟ୍ୟାବ। ନେଭା ରତଫରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ ହୋଇଛି। । କିଛି ସମୟ ପରେ ଏହାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଆସନ୍ତା କାଲିଠାରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ସର୍ବଦଳୀୟ ବୈଠକ ବସିଛି। ବାଚସ୍ପତିଙ୍କ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଜାରି […]

ଚଳିତ ବିଧାନସଭା ହେବ ପେପର ଲେସ,ଟାଵରେ ପ୍ରଶ୍ନ ପଢିବେ ବିଧାୟକ
Samaya Live Picture
Published On

ଭୁବନେଶ୍ୱର : ବିଧାୟକମାନେ ବର୍ତ୍ତମାନ ସ୍ମାର୍ଟ ହେବେ। ବିଧାନସଭାରେ ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଲାଗିଲା ଟ୍ୟାବ। ନେଭା ରତଫରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ ହୋଇଛି। । କିଛି ସମୟ ପରେ ଏହାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ଆସନ୍ତା କାଲିଠାରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ସର୍ବଦଳୀୟ ବୈଠକ ବସିଛି। ବାଚସ୍ପତିଙ୍କ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଜାରି ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ସମସ୍ତ ଦଳର ବିଧାୟକ ମାନେ ବୈଠକରେ ଉପସ୍ଥିତ ଅଛନ୍ତି । ଗୃହ ସୁପରିଚାଳନା ନେଇ ବାଚସ୍ପତି ଆଲୋଚନା କରିଛନ୍ତି।

ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ । ପ୍ରଥମ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ । ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ।

Tags: