ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ,ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର : ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । ଆଜି ଭୋର ୫ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗତ ଦୁଇ ଦିନ ତଳେ ଅସୁସ୍ଥ ହୋଇ କଟକ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ […]

Samaya Live Picture
Published On

ଭୁବନେଶ୍ୱର : ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । ଆଜି ଭୋର ୫ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗତ ଦୁଇ ଦିନ ତଳେ ଅସୁସ୍ଥ ହୋଇ କଟକ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଦ୍ମଶ୍ରୀ କମଳା ପୂଜରୀଙ୍କ ପୁଅ ଟଙ୍କଧରଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ପଦ୍ମଶ୍ରୀ କମଳା ପୂଜାରୀ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ । ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ବଡ ଅପୂରଣୀୟ କ୍ଷତି । ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

କମଳା ପୂଜାରୀ କୋରାପୁଟ ଜିଲ୍ଲାର ପାତ୍ରପୁଟ ଗାଁର ଜଣେ ପଦ୍ମଶ୍ରୀ ସମ୍ମାନିତ ଚାଷୀ । ସେ ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଛି। କମଳା, କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଳକ କାଣ୍ଡକିଗୁଡ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମ କାଣ୍ଡକି । ପାତ୍ରପୁଟ ଗାଁରେ ସେ ବିବାହ କରିଥିବା ବେଳେ ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି । ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ କମଳା ପୂଜାରୀ ।୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

Tags: