ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ
ପୁରୀ : ଆସନ୍ତା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ପୁରୀ ପୌରସଦନରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ ରଥ ସମନ୍ବୟ କମିଟି ବୈଠକ । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ । ପୂର୍ବରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଦୁଇ ଥର ହୋଇଥିବା ପ୍ରସ୍ତୁତି ବୈଠକରେ ସବୁ […]
ପୁରୀ : ଆସନ୍ତା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ପୁରୀ ପୌରସଦନରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ ରଥ ସମନ୍ବୟ କମିଟି ବୈଠକ । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ । ପୂର୍ବରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଦୁଇ ଥର ହୋଇଥିବା ପ୍ରସ୍ତୁତି ବୈଠକରେ ସବୁ ଅଧିକାରୀଙ୍କୁ ଡେଡ୍ ଲାଇନ ଦିଆଯାଇଥିଲା ।
ପ୍ରଶାସନିକ ସ୍ତରରେ ବାସୁଥିବା ବୈଠକରେ ବିଶେଷ କରି ରଥ ନିର୍ମାଣ ପ୍ରସ୍ତୁତି, ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ, ଯାତ୍ରୀ ପାର୍କିଂ, ଖାଦ୍ୟଯୋଗାଣ ଏବଂ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତି ନେଇ ବୈଠକରେ ସମୀକ୍ଷା କରାଯିବ। ଚଳିତ ବର୍ଷ ଘୋଷଯାତ୍ରାକୁ କିଭଳି ଭାବେ ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ସମ୍ପାଦନ କରାଯିବ , ସେ ନେଇ ଆଲୋଚନା ହେବ । ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ସେବାୟତ ପ୍ରତିନିଧି, ବୁଦ୍ଧିଜୀବୀ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ରହିବାର ସୂଚନା ରହିଛି।




