ତୃତୀୟ ଦିନରେ ବି ଚଳାଇ ଦେଲେନି ଗୃହ,୪ଟା ଯାଏଁ ମୁଲତବୀ

ଭୁବନେଶ୍ୱର : ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ I ଆଜି ୩ୟ ଦିନରେ ବି ସ୍ୱାଭାବିକ ଭାବରେ ଚାଲିପାରିନି ଗୃହ । ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ଆଦିବାସୀଙ୍କ ଜମି ଅଧିଗ୍ରହଣ ପ୍ରସଙ୍ଗକୁ ନେଇ ବିରୋଧୀ କରିଛନ୍ତି ହଙ୍ଗାମା I ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ […]

Samaya Live Picture
Published On

ଭୁବନେଶ୍ୱର : ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ I ଆଜି ୩ୟ ଦିନରେ ବି ସ୍ୱାଭାବିକ ଭାବରେ ଚାଲିପାରିନି ଗୃହ । ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ଆଦିବାସୀଙ୍କ ଜମି ଅଧିଗ୍ରହଣ ପ୍ରସଙ୍ଗକୁ ନେଇ ବିରୋଧୀ କରିଛନ୍ତି ହଙ୍ଗାମା I ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା । ଦ୍ବିତୀୟ ଦିନରେ ମଧ୍ୟ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲି ପାରି ନ ଥିଲା।

Tags: