ମେ ୧୫ ସୁଦ୍ଧା ବାହାରିବ ମାଟ୍ରିକ ପରୀକ୍ଷାଫଳ
ଭୁବନେଶ୍ୱର : ସରିଛି ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ । ଆସନ୍ତା ମେ’ ମାସ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି । ଏ ନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ସେ କହିଛନ୍ତି ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ଆଜି […]
ଭୁବନେଶ୍ୱର : ସରିଛି ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ । ଆସନ୍ତା ମେ’ ମାସ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି । ଏ ନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ସେ କହିଛନ୍ତି ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ଆଜି ସରିଛି । ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି। ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି।
ଏଥି ସହିତ ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ଥିଲେ । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ,ଶିକ୍ଷୟିତ୍ରୀ ଖାତା ଦେଖିଛନ୍ତି । ସୋସିଆଲ ସାଇନ୍ସ ପ୍ରଶ୍ନପତ୍ର ତ୍ରୁଟି ପାଇଁ ପରୀକ୍ଷାର୍ଥୀଙ୍କ ମୂଲ୍ୟାୟନରେ ସମସ୍ୟା ହେବ ନାହିଁ । ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି।




