ବଜାର ଦର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର : ଅନିୟନ୍ତ୍ରିତ ବଜାର ଦର । ରାଜ୍ୟରେ ଅହେତୁକ ଭାବରେ ବଢିଚାଲିଛି ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି । ଡାଲି, ତେଲ, ସାବୁନଠାରୁ ଆରମ୍ଭ କରି ପନିପରିବା ପର୍ଯ୍ୟନ୍ତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ଯୋଗୁଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟର ବଜାର ଦର ସ୍ଥିତି ସମୀକ୍ଷା ପରେ ଖାଉଟିମାନେ ଯେପରି ସୁଲଭ ତଥା […]

Samaya Live Picture
Published On

ଭୁବନେଶ୍ୱର : ଅନିୟନ୍ତ୍ରିତ ବଜାର ଦର । ରାଜ୍ୟରେ ଅହେତୁକ ଭାବରେ ବଢିଚାଲିଛି ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି । ଡାଲି, ତେଲ, ସାବୁନଠାରୁ ଆରମ୍ଭ କରି ପନିପରିବା ପର୍ଯ୍ୟନ୍ତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ଯୋଗୁଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟର ବଜାର ଦର ସ୍ଥିତି ସମୀକ୍ଷା ପରେ ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ଏହାସହ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅସାଧୁ ଉପାୟରେ କାରବାର କରୁଥିବା ବ୍ୟବସାୟୀ ଧରାପଡ଼ିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରୋକଠୋକ୍ ଶୁଣାଇଛନ୍ତି।

ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି। ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲାର ଯୋଗାଣ କର୍ମଚାରୀଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Tags: