ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବୃଦ୍ଧି କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ମାଟ୍ରିକ ପରୀକ୍ଷାରେ ସଫଳତାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି I ପୂର୍ବ ବର୍ଷ ଅପେକ୍ଷା ଚଳିତ ମାଟ୍ରିକ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ୨୦୨୩-୨୪ ଶିକ୍ଷାବର୍ଷରୁ ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏନେଇ ଗତ ମେ ୨୦ ତାରିଖରେ […]

Samaya Live Picture
Published On

ଭୁବନେଶ୍ୱର : ମାଟ୍ରିକ ପରୀକ୍ଷାରେ ସଫଳତାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି I

ପୂର୍ବ ବର୍ଷ ଅପେକ୍ଷା ଚଳିତ ମାଟ୍ରିକ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ୨୦୨୩-୨୪ ଶିକ୍ଷାବର୍ଷରୁ ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏନେଇ ଗତ ମେ ୨୦ ତାରିଖରେ ଗଣଶିକ୍ଷା ମନ୍ତ୍ରୀ ସିଟ୍ ସଂଖ୍ୟା ବୃଦ୍ଧି ପାଇବ ବୋଲି ଘୋଷଣା କରିଥିଲେ । ହେଲେ କୌଣସି ନିଶ୍ଚିତତା ହୋଇନଥିଲା । ଆଜି ଏନେଇ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକତାକୁ ଦେଖି ସିଟ୍ ସଂଖ୍ୟା ବଢାଇବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୩ ହଜାର ସିଟ୍‌ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଣଶିକ୍ଷା ବିଭାଗର ବାର୍ଷିକ ସମୀକ୍ଷା ପରେ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆବଶ୍ୟକତାକୁ ଦେଖି ସିଟ୍‌ ବଢ଼ାଇବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି। ଏହାସହ ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲରେ ଆଇଟି ଲ୍ୟାବ ଉପଲବ୍ଧ ହେବ।

ଅନ୍ୟପଟେ ୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷ(ଏକାଦଶ ଶ୍ରେଣୀ)ରେ ନାମଲେଖା ପ୍ରକ୍ରିୟା ସୋମବାରରୁ ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ହେବ। ପୂର୍ବାହ୍ନ ୧୧ଟାରେ ସାମ୍‌ସ ପୋର୍ଟାଲ www.samsodisha.gov.in ରେ କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌) ଉପଲବ୍ଧ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ଜୁନ୍‌ ୨୦ ସୁଦ୍ଧା ନାମ ପଞ୍ଜୀକରଣ କରିପାରିବେ ଏବଂ ଜୁନ୍‌ ୨୮ ପୂର୍ବାହ୍ନ ୧୧ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।

Tags: