ଆସନ୍ତା କାଲି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ପ୍ରଧାନମନ୍ତ୍ରୀ ସମ୍ବଲପୁର IIMର ଲୋକାର୍ପଣ ସହ,ଅପରାହ୍ନ ସାଢେ ୩ ଟାରେ ରେମେଡ ପଡିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ପ୍ରଧାନମନ୍ତ୍ରୀ ସମ୍ବଲପୁର IIMର ଲୋକାର୍ପଣ ସହ,ଅପରାହ୍ନ ସାଢେ ୩ ଟାରେ ରେମେଡ ପଡିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ ସେଠାରେ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

ଏହାକୁନେଇ ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି।

Tags: