୨୮ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀର କରିବେ ଉଦଘାଟନ । ମାତ୍ର ୨ ଘଣ୍ଟା ରହିବା ପରେ ଉତ୍ତରାଖଣ୍ଡ ଗସ୍ତରେ ଯିବେ ନରେନ୍ଦ୍ର ମୋଦୀ। ସୂଚନାନୁସାରେ, ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ମୋଦୀ । ସେ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହା ପରେ ୧୦ଟା ୫୫ ମିନିଟରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଦିନ ୧୧ଟାରୁ […]

Samaya Live Picture
Published On

ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀର କରିବେ ଉଦଘାଟନ । ମାତ୍ର ୨ ଘଣ୍ଟା ରହିବା ପରେ ଉତ୍ତରାଖଣ୍ଡ ଗସ୍ତରେ ଯିବେ ନରେନ୍ଦ୍ର ମୋଦୀ।

ସୂଚନାନୁସାରେ, ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ମୋଦୀ । ସେ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହା ପରେ ୧୦ଟା ୫୫ ମିନିଟରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବା ପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବା କାର୍ଯ୍ୟକ୍ରମ ରହିଛି । ସେଠାରୁ ଉତ୍ତରାଖଣ୍ଡର ଡେରାଡୁନ ଗସ୍ତରେ ଯିବେ ମୋଦୀ ।

Tags: