ଓଡିଶା ଆସିବେ ପ୍ରଧାନମନ୍ତ୍ରୀ !
ଭୁବନେଶ୍ୱର : ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିବୁ ବୋଲି କହିଛନ୍ତି ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ । ସେ ସମୟ ସ୍ଥିର କରିବେ ବୋଲି କହିଛନ୍ତି ମନ୍ତ୍ରୀ କହିଛନ୍ତି ।
ସୂଚନା ଅନୁସାରେ ଜୁନ୍ ୧୨ରୁ ୧୦ ଦିନ ଧରି ପାଳନ ହେବ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଉତ୍ସବ । ନିରାଡମ୍ବର ଭାବେ ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି ।
ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପିର ନବନିର୍ବାଚିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅଧ୍ୟକ୍ଷ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ତାଙ୍କ ଗସ୍ତର ରୂପରେଖ ପ୍ରସ୍ତୁତ କରିବା ପାଇଁ ଆସନ୍ତା ମଙ୍ଗଳବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏହି ବୈଠକରେ ରାଜ୍ୟର ବରିଷ୍ଠ ନେତା, ଜିଲ୍ଲା ପଦାଧିକାରୀ ଏବଂ ମଣ୍ଡଳ ସଭାପତିମାନେ ଯୋଗ ଦେବେ।




