ବଢ଼ିଲା ଗଣ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର :OTET ପାସ କରି ନଥିବା ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି ନେଇ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି I ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସୂଚନାଯୋଗ୍ୟ ଯେ, 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ […]

Samaya Live Picture
Published On

ଭୁବନେଶ୍ୱର :OTET ପାସ କରି ନଥିବା ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି ନେଇ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି I ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ, 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।

ଏହାସହିତ OTET ପାସ କରି ନଥିବା ଶିକ୍ଷକ ମାନଙ୍କର ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି I ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ । ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Tags: