ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ,କାମଚଳା ବଜଟେକୁ ମିଳିବ ମଞ୍ଜୁରୀ

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ। ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥି […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ।

ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥି ସହିତ ଟେକ୍ନୋଲୋଜିର ବ୍ୟବହାର କରି ଭାଷାର ପ୍ରଚାର ପ୍ରସାର କରାଯିବ। ୧୬୯ ଜନଜାତିକୁ ଆଦିବାସୀ ମାନ୍ୟତା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ସୁପାରିସ କରିବେ। ଏନେଇ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏଥି ସହିତ ହୋ, ମୁଣ୍ଡାରୀ, ସଉରା ଓ କୁଇ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନେଇ ଦାବି ଦୋହରାଇବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

ସୂଚନାନୁସାରେ,କ୍ୟାବିନେଟ ବୈଠକ ପରେ ପରେ ବସିବ ମନ୍ତ୍ରିପରିଷଦ ବୈଠକ । ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ।

Tags: