ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରୋଗୀ ସେବାକୁ ଗୁରୁତ୍ତ୍ଵ ଦେଇଛନ୍ତି ରାଜ୍ୟ ସରକାର I ରାଜ୍ୟ ଥିବା ସରକାରୀ ହସ୍ପିଟାଲ ଗୁଡିକରେ ସାର୍ବଜନୀନ ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ ସାଙ୍ଗକୁ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରା ଯାଇଛି । ରୋଗୀସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ଲାଗି ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି […]

Samaya Live Picture
Published On

ଭୁବନେଶ୍ୱର : ରୋଗୀ ସେବାକୁ ଗୁରୁତ୍ତ୍ଵ ଦେଇଛନ୍ତି ରାଜ୍ୟ ସରକାର I ରାଜ୍ୟ ଥିବା ସରକାରୀ ହସ୍ପିଟାଲ ଗୁଡିକରେ ସାର୍ବଜନୀନ ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ ସାଙ୍ଗକୁ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରା ଯାଇଛି । ରୋଗୀସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ଲାଗି ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ। ସେହିପରି ଉନ୍ନତ ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ସହିତ ନିଦାନ ଜରିଆରେ ମାଗଣା ରୋଗ ଚିହ୍ନଟ ନିମନ୍ତେ ପରୀକ୍ଷା, ନିରାମୟ ଜରିଆରେ ମାଗଣା ଔଷଧ ପ୍ରଦାନ, ସହାୟ ଜରିଆରେ ମାଗଣା ଡାଇଲିସିସ୍ ସେବା, ମାଗଣା ରକ୍ତସେବା, ମାଗଣା ଆମ୍ବୁଲାନ୍ସ ସେବା ଇତ୍ୟାଦି ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ଯୋଗାଇ ଦିଆଯାଉଛି।

Tags: