ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର : ବୃଦ୍ଧି ହେଲା ବିଦ୍ୟାଳୟର ପାଚିକା ମାନଙ୍କର ପାରିଶ୍ରମିକ I ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା […]
ଭୁବନେଶ୍ୱର : ବୃଦ୍ଧି ହେଲା ବିଦ୍ୟାଳୟର ପାଚିକା ମାନଙ୍କର ପାରିଶ୍ରମିକ I ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ I ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ ରୁ ଲାଗୁ ହେବ I
ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି I




