କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୧୧ ହଜାର ୧୦୦ ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି […]

Samaya Live Picture
Published On

ଭୁବନେଶ୍ୱର : ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୧୧ ହଜାର ୧୦୦ ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧ ,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨ ,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ। ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ।

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧ ୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Tags: