ଆଶାକର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ଆଶାକର୍ମୀ ମାନେ ମାସିକ ୪,୫୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ଏହାକୁ ୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାସହିତ ସେବାନିବୃର୍ତ୍ତି ପ୍ରୋତ୍ସହନ ରାଶି ୫୦ହଜାରରୁ ୧ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଉପକୃତ ହେବେ ୪୯ହଜାର ୫୨୨ ଆଶାକର୍ମୀ। ୫ଟି ଅଧ୍ୟକ୍ଷ କାର୍ତ୍ତିକ […]

Samaya Live Picture
Published On

ଭୁବନେଶ୍ୱର : ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ଆଶାକର୍ମୀ ମାନେ ମାସିକ ୪,୫୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ଏହାକୁ ୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାସହିତ ସେବାନିବୃର୍ତ୍ତି ପ୍ରୋତ୍ସହନ ରାଶି ୫୦ହଜାରରୁ ୧ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଉପକୃତ ହେବେ ୪୯ହଜାର ୫୨୨ ଆଶାକର୍ମୀ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ବେଳେ ଆଶାକର୍ମୀଙ୍କ ପକ୍ଷରୁ ଏହି ପ୍ରସ୍ତାବ ଦିଆଯାଇଥିଲା। ରାଜ୍ୟ ସରକାର ଏଥିପାଇଁ ବର୍ଷକୁ ୨୦୮କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାନୁସାରେ, ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।

Tags: