ପୁରୀରେ ପହଁଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ : ବଡ଼ଦାଣ୍ଡ ରଥ ଖଳାରେ ପହଁଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ I ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳରୁ ୨୩ଖଣ୍ଡ ଅସନ,୪୦ ଫୁଟିଆ ଧଉରା ଆସି ପହଞ୍ଚିଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। । ପବିତ୍ର ରାମ ନବମୀରେ ପରମ୍ପରା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ […]

Samaya Live Picture
Published On

ପୁରୀ : ବଡ଼ଦାଣ୍ଡ ରଥ ଖଳାରେ ପହଁଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ I ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳରୁ ୨୩ଖଣ୍ଡ ଅସନ,୪୦ ଫୁଟିଆ ଧଉରା ଆସି ପହଞ୍ଚିଛି ।

ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। । ପବିତ୍ର ରାମ ନବମୀରେ ପରମ୍ପରା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଚିରଟ ଅନୁକୂଳ ହୋଇଛି।

କଟକ ଖପୁରିଆରେ ଥିବା ବନ ବିଭାଗର ସରକାରୀ କରତ କଳରେ ଆରମ୍ଭ ହୋଇଛି ଚିରଟ କାମ। ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ପହଞ୍ଚିବା ପରେ ଯଥାବିଧି ଅନୁସାରେ ପୂଜାର୍ଚ୍ଚନା କରାଯାଇ ଚିରଟ କାମ ଆରମ୍ଭ ହୋଇଥିଲା। ଆସନ୍ତା ମାସରେ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯିବ। ଚଳିତ ବର୍ଷ ଜୁଲାଇ ୭ ତାରିଖରେ ପଡୁଛି ରଥଯାତ୍ରା।

Tags: