ବଦଳୁଛି ପାଣିପାଗ, ଏହିସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ପାଣିପାଗର ହେବ ପରିବର୍ତନ I ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ରୁ ରାଜ୍ୟକୁ ମିଳିବ ମୁକ୍ତି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ […]

Samaya Live Picture
Published On

ଭୁବନେଶ୍ୱର : ପାଣିପାଗର ହେବ ପରିବର୍ତନ I ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ରୁ ରାଜ୍ୟକୁ ମିଳିବ ମୁକ୍ତି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା , ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଂଜ। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ଯାଏ ମଧ୍ୟ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Tags: