୫ ଦିନ ପର୍ଯ୍ୟନ୍ତ ମେଘୁଆ ରହିବ ପାଗ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବ I ଏହା ସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବ I ଏହା ସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ଜୁଲାଇ ଦ୍ବିତୀୟ ସପ୍ତାହରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପୁଣି ମୌସୁମୀ ସକ୍ରିୟ ହୋଇପାରେ ବୋଲି ପାଣିପାଗ ପକ୍ଷରୁ ଆକଳନ କରାଯାଇଛି।

Tags: