ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର
କେଉଁଝର : ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ I ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ ଘର କେନ୍ଦୁଝର ଜିଲା ସ୍ଥିତ ବୈଦରାଜ ସାହିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି I କିଛି ଦିନ ପୂର୍ବରୁ ମାଗୁଣି ଚରଣ ଅସୁସ୍ଥ ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭାରି ହୋଇଥିଲେ I ପରେ ସାମାନ୍ୟ […]
କେଉଁଝର : ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ I ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ ଘର କେନ୍ଦୁଝର ଜିଲା ସ୍ଥିତ ବୈଦରାଜ ସାହିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି I
କିଛି ଦିନ ପୂର୍ବରୁ ମାଗୁଣି ଚରଣ ଅସୁସ୍ଥ ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭାରି ହୋଇଥିଲେ I ପରେ ସାମାନ୍ୟ ସୁସ୍ଥ ହେବାରୁ ସେ ଘରକୁ ଫେରିଥିଲେ I କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର। ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ୨୦୨୩ ରେ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା I ତେବେ ଗତ କିଛିଦିନ ପୂର୍ବରୁ ମାଗୁଣି ଚରଣ ତାଙ୍କ ବଡ଼ ପୁଅକୁ ହରାଇବା ପରଠାରୁ ସେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ I
୧୯୩୭ ମସିହା ଫେବ୍ରୁଆରି ୧୨ ତାରିଖରେ କେନ୍ଦୁଝର ସହରର ବୈଦ୍ୟରାଜ ସାହିରେ ଜନ୍ମଗ୍ରହଣ କରିଥିଲେ ମାଗୁଣି ଚରଣ । ସେ ୧୫ ବର୍ଷ ବୟସରୁ ଗୁରୁ ମକରଧ୍ବଜ ବେହେରାଙ୍କ ଠାରୁ କଣ୍ଢେଇ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ। ରାବଣବଦ୍ଧ, ତ୍ରିପୁରାସୁରବଦ୍ଧ, ଚନ୍ଦ୍ରହାସ୍ୟ ଖଡ୍ଗ, ମନ୍ଦୋଦରୀ ବିବାହ, ଚାର୍ଲସ ଶୋଭରାଜ, ବୀରସୁରେନ୍ଦ୍ର ସାଏ, ସହିଦ ଲକ୍ଷ୍ମଣ ନାୟକ, ଶ୍ରୀ ଗଣେଶ, ସତୀ ତୁଳସୀ ପରିବ ୪୫ଟି ବିଷୟବସ୍ତୁକୁ ନେଇ ସେ କଣ୍ଢେଇ ନୃତ୍ୟ ପରିବେଷଣ କରିଛନ୍ତି। ଏଥିପାଇଁ ତାଙ୍କୁ ୨୦୦୪ରେ କେନ୍ଦ୍ର ସଂଗୀତ ନାଟକ ଏକାଡେମି ପୁରସ୍କାର ମିଳିଥିଲା। ଏହାବାଦ୍ ସେ ୨୦୧୪ରେ ରାଜ୍ୟ ସଂଗୀତ ନାଟକ ଏକାଡେମି ସମ୍ମାନ ସମେତ ଦେଶର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଛନ୍ତି।




