ମର୍ମନ୍ତୁଦ ବସ ଦୁର୍ଘଟଣାରେ ୧୩ ମୃତ
ଦିଗପହଣ୍ଡି : ଦୁଇଟି ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୨ ଜୀବନ I ଗତକାଲି ବିଳମ୍ବିତ ରାତିରେ ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସାନଖେମୁଣ୍ଡି ନିକଟରେ I ବିବାହ ଭୋଜି ସାରି ଫେରୁଥିବା ଏକ କନ୍ୟା ଯାତ୍ରୀ ମିନି ବସକୁ ସାମ୍ନାପଟୁ ଧକ୍କା ଦେଇଛି ରାୟଗଡା ଜିଲ୍ଲା ଗୁଡାରି ରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା OSRTC ବସ I ଘଟଣାସ୍ଥଳରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି I ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, […]
ଦିଗପହଣ୍ଡି : ଦୁଇଟି ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୨ ଜୀବନ I ଗତକାଲି ବିଳମ୍ବିତ ରାତିରେ ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସାନଖେମୁଣ୍ଡି ନିକଟରେ I ବିବାହ ଭୋଜି ସାରି ଫେରୁଥିବା ଏକ କନ୍ୟା ଯାତ୍ରୀ ମିନି ବସକୁ ସାମ୍ନାପଟୁ ଧକ୍କା ଦେଇଛି ରାୟଗଡା ଜିଲ୍ଲା ଗୁଡାରି ରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା OSRTC ବସ I ଘଟଣାସ୍ଥଳରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି I ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, ୪ ଜଣ ମହିଳା ଓ ୨ ଜଣ ଶିଶୁ
ରହିଛନ୍ତି ।
ସୂଚନାନୁସାରେ,ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକ ନିକଟରେ ବିବାହ ପରେ କନ୍ୟାକୁ ଛାଡ଼ି ଏକ ଘରୋଇ ମିନିବସ୍ରେ ବ୍ରହ୍ମପୁରକୁ ଫେରୁ ଥିଲେ କନ୍ୟା ଯାତ୍ରୀଙ୍କର ୨୫ ଜଣ ସଦସ୍ୟ I ଏହି ସମୟରେ ରାୟଗଡ଼ା ଗୁଡାରି ରୁ ଭୁବନେଶ୍ୱର ଯାଉଥିବା ଓଏସ୍ଆର୍ଟିସି ବସଟି କନ୍ୟା ଯାତ୍ରୀ ବସକୁ ସାମନପତୁ ଧକ୍କା ଦେଇଥିଲା I ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣଙ୍କ ସହିତ ମୋଟ ୧୨ ଜଣଙ୍କ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ I ଏଥିସହିତ ଦୁଇ ବସ୍ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି।
ଦୁର୍ଘଟଣା ଖବର ପ୍ରଚାରିତ ହେବାପରେ ଘଟଣାସ୍ଥଳରେ ବ୍ରହ୍ମପୁର ଏସପି, ତହସିଲଦାର ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । ଆମ୍ବୁଲାନ୍ସ ଓ ଦମକଳ ଗାଡ଼ିରେ ଆହତଙ୍କୁ ଘଟଣା ସ୍ଥଳରୁ ତୁରନ୍ତ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଆଉଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି I
ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।




