କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ଆଗାମୀ ୩ ଦିନ ଧରି ବର୍ଷା ସମ୍ଭାବନା

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର […]

କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ଆଗାମୀ ୩ ଦିନ ଧରି ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେହିପରି,ଗୁରୁବାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ ।

ଏହି ସବୁ ଜିଲ୍ଲାରେ ୧୫ ଏବଂ ଓ ୧୬ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Tags: