ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର : ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ସମ୍ଭାବ୍ୟ ବାତ୍ୟା ଓଡ଼ିଶା କିମ୍ବା ଉତ୍ତର ଆନ୍ଧ୍ର ଉପକୂଳ ଆଡ଼କୁ ମୁହାଁଇପାରେ ବୋଲି କେତେକ ପାଣିପାଗ ମଡେଲ୍‌ ଏଭଳି ପ୍ରାକ୍‌ ଆକଳନ କରିଛନ୍ତି । ପାଣିପାଗ ଆକଳନ ସଂସ୍ଥା ଏନସେପ, ଜିଏଫଏସ୍,ଏନକାନ ଓ ୟୁରୋପିଆନ ମଡେଲ ଅନୁସାରେ, ସେପ୍ଟେମ୍ବର ଶେଷ ଆଡକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଭଳି ଆକଳନ […]

Samaya Live Picture
Published On

ଭୁବନେଶ୍ୱର : ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ସମ୍ଭାବ୍ୟ ବାତ୍ୟା ଓଡ଼ିଶା କିମ୍ବା ଉତ୍ତର ଆନ୍ଧ୍ର ଉପକୂଳ ଆଡ଼କୁ ମୁହାଁଇପାରେ ବୋଲି କେତେକ ପାଣିପାଗ ମଡେଲ୍‌ ଏଭଳି ପ୍ରାକ୍‌ ଆକଳନ କରିଛନ୍ତି । ପାଣିପାଗ ଆକଳନ ସଂସ୍ଥା ଏନସେପ, ଜିଏଫଏସ୍,ଏନକାନ ଓ ୟୁରୋପିଆନ ମଡେଲ ଅନୁସାରେ, ସେପ୍ଟେମ୍ବର ଶେଷ ଆଡକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏଭଳି ଆକଳନ କରିଛନ୍ତି ଅନ୍ତର୍ଜାତୀୟ ସଂସ୍ଥା ଆକ୍ୟୁ ୱେଦର ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ । ତାଙ୍କ ପୂର୍ବାନୁମାନ କହୁଛି, ଆସନ୍ତ ସପ୍ତାହ ଶେଷ ଆଡକୁ କିମ୍ବା ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ବାତ୍ୟାର ରୂପ ବି ନେବା ସମ୍ଭାବନା ରହିଛି । ଏହା ପାଖାପାଖି ୨୮ ସେପ୍ଟେମ୍ବର ଆଡକୁ ଅବପାତର ରୂପ ନେବା ସହ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି । ଏନସେପ, ଜିଏଫଏସର ତଥ୍ୟ ଅନୁଯାୟୀ, ୨୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ଅବପାତ ସୃଷ୍ଟି ହେବ । ଏବଂ ପରବର୍ତି ୩ରୁ ୪ ଦିନ ମଧ୍ୟରେ ଏହା ଆହୁରୀ ଘନିଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ ।

ସେହିପରି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଧ୍ୟ ଅକ୍ଟୋବର ପ୍ରଥମ ସପ୍ତାହରେ ଅବପାତ ସୃଷ୍ଟି ହେବା ଭଳି ସାମାନ୍ୟ ସମ୍ଭାବନା ଥିବା ଅନୁମାନ କରିଛି । ଇସିଏମ୍‌ଡବ୍ଲ୍ୟୁଏଫ ଓ ଏନ୍‌ସିୟୁଏମ୍‌ ମଡେଲ୍‌ର ଆକଳନ ହେଲା-କେନ୍ଦ୍ରୀୟ ବଙ୍ଗୋସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ୨୯ ତାରିଖବେଳକୁ ଅବପାତ ରୂପ ନେଇପାରେ । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଉତ୍ତର ଆନ୍ଧ୍ରପ୍ରଦେଶ କିମ୍ବା ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇପାରେ ।

ଏନସିଇପି ଜିଏଫ୍‌ଏସ୍‌ ମଡେଲ୍‌ କହୁଛି, ୨୯ ତାରିଖବେଳକୁ ପୂର୍ବ-କେନ୍ଦ୍ରୀୟ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏହା ଅବପାତ ରୂପ ନେଇପାରେ । ପରବର୍ତ୍ତୀ ୩ରୁ ୪ ଦିନ ଭିତରେ ଆହୁରି ବଳ ଜୁଟାଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି ।

Tags: