ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ସମ୍ଭାବନା, ୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି । ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଉପରେ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ପାଣିପାଗରେ ପରିବର୍ତ୍ତନ ଘଟିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି […]

Samaya Live Picture
Published On

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି । ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଉପରେ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ପାଣିପାଗରେ ପରିବର୍ତ୍ତନ ଘଟିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସୂଚନା ଅନୁସାରେ, ଆସନ୍ତା ଶୁକ୍ରବାର ଅର୍ଥାତ ୧୪ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ । ଏହି ଜିଲ୍ଲାମାନଙ୍କରେ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି ।