ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ଇ ତେବେ ତାତିରେ କୌଣସି ପରିବର୍ତ୍ତନ ନହେଲେ ମଧ୍ୟ ପାଗ ସାମାନ୍ୟ ଥଣ୍ଡା ରହିବ । ଆଜି ମଧ୍ୟ ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ଆକଳନ କରିଛି ପାଣିପାଗ କେନ୍ଦ୍ର। ଆଜି ଓ ଆସନ୍ତାକାଲି […]

ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ବର: ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ଇ ତେବେ ତାତିରେ କୌଣସି ପରିବର୍ତ୍ତନ ନହେଲେ ମଧ୍ୟ ପାଗ ସାମାନ୍ୟ ଥଣ୍ଡା ରହିବ । ଆଜି ମଧ୍ୟ ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ। ସୁନ୍ଦରଗଡ଼,ମୟୂଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର,କଟକ, କେନ୍ଦ୍ରାପଡ଼ା, ଗଜତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ,ଗଜପତି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ତାପମାତ୍ରା ପୁଣିଥରେ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ଦିନ ସମୟରେ ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରି ଥିବା ବେଳେ ଟିଟିଲାଗଡ଼ରେ ୪୦ ଡିଗ୍ରି ରହିଥିଲା। ୩୬ ଘଣ୍ଟା ମଧ୍ୟରେ ପୁରୀ, କେନ୍ଦୁଝର, ମାଲକାନଗିରି, ସୋନପୁର, ରାୟଗଡ଼ା ଓ ରାଉରକେଲା ସହରରେ ହାଲୁକା ବର୍ଷା ହୋଇଛି।

Tags: