ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଉରକେଲାରେ କଡା ସୁରକ୍ଷା ବ୍ୟବସ୍ଥା

୪୫ ପ୍ଲାଟୁନ ଫୋର୍ସ ମୁତୟନ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଉରକେଲାରେ କଡା ସୁରକ୍ଷା ବ୍ୟବସ୍ଥା
Samaya Live News Picture
Published On

ରାଉରକେଲା : ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଦିନିକିଆ ଗସ୍ତକୁ ନେଇ ରାଉରକେଲାରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି କଟକଣା ଜାରି କରିଛନ୍ତି ଜିଲ୍ଲାପାଳ। ବିମାନବନ୍ଦର ଅଂଚଳ, ଟ୍ରାଇବାଲ ମ୍ୟୁଜିୟମ, ସର୍କିଟ ହାଉସ ସମେତ ମହାମହିମଙ୍କ ଗସ୍ତ ଥିବା ଅଂଚଳରେ ନୋ ଡ୍ରୋନ ଜୋନ୍ ବା ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଛି । ସେସବୁ ଅଂଚଳରେ ଡ୍ରୋନ ବା ବିମାନ ଉଡାଣ କରିପାରିବ ନାହିଁ । ଏହି କଟକଣା ଆଗାମୀ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ଲାଗୁ ରହିବ । ସାରା ସହରରେ ୪୫ ପ୍ଲାଟୁନ ଫୋର୍ସ ମୁତୟନ ସହିତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ଏନେଇ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ସୂଚନା ଦେଇଛନ୍ତି।

ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ୬ ଜଣ ଏସ୍‌ପିଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ୫୧ଜଣ ଇନ୍ସପେକ୍ଟର ନିୟୋଜିତ ହେବେ। ଏଥିସହ ୯ଜଣ ଅତିରିକ୍ତ ଏସ୍‌ପି, ୮ଶହ ହୋମଗାର୍ଡ ଏବଂ ୨ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ପୋଲିସ କର୍ମଚାରୀ ଉପସ୍ଥିତ ରହିବେ। ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ବ୍ୟବସ୍ଥା କଡାକଡି ସାଙ୍ଗକୁ ପାର୍କିଂ ବ୍ୟବସ୍ଥା ସୂଚାର ରୂପେ ପରିଚାଳନା ପାଇଁ ଡିଆଇଜି ରାୟ ନିର୍ଦ୍ଦେଶ ଦେଇଛନ୍ତି।

 

Tags: