ତିଖିରୀ ପଞ୍ଚାୟତ ବିବାଦ , ଅନାସ୍ଥା ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ

ତିଖିରୀ ପଞ୍ଚାୟତ ବିବାଦ , ଅନାସ୍ଥା ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ
Samaya Live News Picture
Published On

କେନ୍ଦ୍ରାପଡା : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଅନାସ୍ଥା ପ୍ରସଙ୍ଗ । ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ଭୋଟିଂ ହେବ କିନ୍ତୁ ଫଳାଫଳ ଘୋଷଣା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ । ନ୍ୟାୟାଳୟଙ୍କ ରାୟ ନ ଆସିବା ପର୍ଯ୍ୟନ୍ତ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ । ଏଥିସହ ସରପଞ୍ଚ ଚାମେଲିଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ପ୍ରକ୍ରିୟା ଚାଲୁ ରଖିବା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । 

ଗତ ଜୁଲାଇ ୨୭ ତାରିଖ ଦିନ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ୱାର୍ଡ ସଭ୍ୟ ମାନଙ୍କର ଦସ୍ତଖତ ଯାଞ୍ଚ ହୋଇଥିବା ବେଳେ ଆସନ୍ତା ୧୩ ତାରିଖ ଗୁରୁବାର ଦିନ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟିଂ ହେବାକୁ ଦିନ ଧାର୍ଯ୍ୟ କରିଥିଲେ ନିର୍ବାଚନ ଅଧିକାରୀ ତଥା କେନ୍ଦ୍ରାପଡ଼ା ଉପ ଜିଲ୍ଲାପାଳ । ତେବେ ଏହି ଅନାସ୍ଥା ଭୋଟିଂକୁ ବିରୋଧ କରି ସରପଞ୍ଚ ଚାମେଲି ଓଝା, ଉଚ୍ଚ ନ୍ୟାୟାଳୟଙ୍କ ଦ୍ବାରସ୍ଥ ହୋଇଥିଲେ । ଆଜି (ମଙ୍ଗଳବାର) ଚାମେଲିଙ୍କ ଅନାସ୍ଥା ଭୋଟିଂର ଶୁଣାଣୀ କରି ରାୟ ସଂରକ୍ଷିତ ରଖିଛନ୍ତି ଉଚ୍ଚ ନ୍ୟାୟାଳୟ । ତେବେ ରାୟ ପ୍ରକାଶ ପାଇବା ପର୍ଯ୍ୟନ୍ତ ନିର୍ବାଚନ ପ୍ରକ୍ରିୟା ଜାରି ରହିବ କିନ୍ତୁ ଫଳାଫଳ ଘୋଷଣା କରିପାରିବେ ନାହିଁ ବୋଲି, ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।

ସୂଚନାନୁସାରେ, ତିଖିରୀ ପଞ୍ଚାୟତର ୨୨ଜଣ ଓ୍ବାର୍ଡ ସଭ୍ୟଙ୍କ ମଧ୍ୟରୁ ୨୧ଜଣ ଓ୍ବାର୍ଡ ସଭ୍ୟ ସରପଞ୍ଚ ଚାମେଲି ଓଝାଙ୍କ ବିପକ୍ଷରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି।

Tags: