ଆଜି ବନକଲାଗି ନୀତି ପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ଆଜି ବନକଲାଗି ନୀତି ପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Samaya Live News Picture
Published On

ଭୁବନେଶ୍ବର: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ଧରି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ମହାପ୍ରଭୁଙ୍କର ବନକଲାଗି ନୀତି ଏକ ଗୁପ୍ତ  ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।  ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବା । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବ ସଆଧାରଣ ଦର୍ଶନ ଅନୁଷ୍ଠିତ ହେବ।
 

 

 

Tags: