ଆଜି ବିଜୁ ପଟ୍ଟନାୟକ ଙ୍କ ୨୭ ତମ ଶ୍ରାଦ୍ଧ ବାର୍ଷିକୀ

ଭୁବନେଶ୍ୱର : ଆଜି ହେଉଛି ପ୍ରବାଦ ପୁରୁଷ ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ । ସେବା, ତ୍ୟାଗ, ଓଡ଼ିଆ ସ୍ବାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ। କୋଟି କୋଟି ଓଡିଆଙ୍କ ଜାତିପ୍ରାଣ । ମହାନ ରାଷ୍ଟ୍ରନୀତିଜ୍ଞ, କଳିଙ୍ଗର ସ୍ବର୍ଣ୍ଣାଭ ସ୍ବାକ୍ଷର ବିଜୁ ବାବୁ। ଶିକ୍ଷା, ଶିଳ୍ପ, ସ୍ବାସ୍ଥ୍ୟ ସେବାର ମୂର୍ତ୍ତିମନ୍ତ ପ୍ରତୀକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଇହଲୀଳା ତ୍ୟାଗକୁ ପୂରିଛି ୨୭ ବର୍ଷ। ଆଜି ତିରୋଧାନ […]

Samaya Live Picture
Published On

ଭୁବନେଶ୍ୱର : ଆଜି ହେଉଛି ପ୍ରବାଦ ପୁରୁଷ ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ । ସେବା, ତ୍ୟାଗ, ଓଡ଼ିଆ ସ୍ବାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ। କୋଟି କୋଟି ଓଡିଆଙ୍କ ଜାତିପ୍ରାଣ । ମହାନ ରାଷ୍ଟ୍ରନୀତିଜ୍ଞ, କଳିଙ୍ଗର ସ୍ବର୍ଣ୍ଣାଭ ସ୍ବାକ୍ଷର ବିଜୁ ବାବୁ। ଶିକ୍ଷା, ଶିଳ୍ପ, ସ୍ବାସ୍ଥ୍ୟ ସେବାର ମୂର୍ତ୍ତିମନ୍ତ ପ୍ରତୀକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଇହଲୀଳା ତ୍ୟାଗକୁ ପୂରିଛି ୨୭ ବର୍ଷ। ଆଜି ତିରୋଧାନ ଦିବସରେ ବିଭିନ୍ନ ଜାଗାରେ ବିଜୁ ବାବୁଙ୍କ ଫୋଟରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ନିରାଡମ୍ବର ଭାବେ ପାଳନ କରାଯାଉଛ। ଏହି ଅବସରରେ ବିନ୍ଦୁସାଗର କୂଳରେ ବିଜୁ ବାବୁଙ୍କୁ ବିଜୁ ଜନତା ଦଳ ପକ୍ଷରୁ ତିଳ ତର୍ପଣ ପ୍ରଦାନ କରାଯାଇଛି। ବିଜୁ ବାବୁ ୧୯୧୬, ମାର୍ଚ୍ଚ ୫ ରେ କଟକରେ ଜନ୍ମ ଗ୍ରହଣ କରିଥିଲେ । ୧୯୯୭ ମସିହା ଏପ୍ରିଲ ୧୭ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ସେ ଏକାଧାରରେ ଜଣେ ଦକ୍ଷ ରାଜନେତା, ବିମାନ ଚାଳକ ଓ ଶିଳ୍ପପତି ଥିଲେ।

୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏଁ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜନୀତି ଓ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ଆଜି ବି ସ୍ମରଣୀୟ।

Tags: