ଆଜି ଦେବସ୍ନାନ ପୂର୍ଣ୍ଣିମା
ପୁରୀ : ଆଜି ବିଶ୍ୱ ନିୟନ୍ତା ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ଦେବ ସ୍ନାନ ପୂର୍ଣ୍ଣିମା I ଜ୍ୟୋଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ସ୍ନାନ ଯାତ୍ରା I ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଘଣ୍ଟ ଘଣ୍ଟା,ମୃଦଙ୍ଗ,ହୁଳହୁଳି,ଶଙ୍ଖନାଦ,ଓ ଜୟଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ I ଧାଡି […]
ପୁରୀ : ଆଜି ବିଶ୍ୱ ନିୟନ୍ତା ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ଦେବ ସ୍ନାନ ପୂର୍ଣ୍ଣିମା I ଜ୍ୟୋଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ସ୍ନାନ ଯାତ୍ରା I ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଘଣ୍ଟ ଘଣ୍ଟା,ମୃଦଙ୍ଗ,ହୁଳହୁଳି,ଶଙ୍ଖନାଦ,ଓ ଜୟଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ I ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି I ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ।
ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି। ଶନିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି। ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି।
ଏହି ଅବସରରେ ପୁରୀ ସ୍ୱର୍ଣ୍ନାଭ ବେଳାଭୂମିରେ ଏକ ସୁନ୍ଦର ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାରାଶିରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତିକୃତି ନିର୍ମାଣ କରି ସମସ୍ତ ଭକ୍ତଙ୍କୁ ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇବା ସହ ବାଲୁକାରାଶିରେ HAPPY DEVA SNANAPURNIMAର ବାର୍ତ୍ତା ଦେଇଛନ୍ତି।




