ଆଜି ମହାପ୍ରଭୁଙ୍କ ବନକଲାଗି ନୀତି,ସନ୍ଧ୍ୟା ୭ ଟାରୁ ସାଧାରଣ ଦର୍ଶନ ବନ୍ଦ
ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଛି । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ଘ.୭.୦୦ ଟିକାରୁ ରାତ୍ର ଘ.୧୦.୩୦ ମିନିଟ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Tags: